ମୋଟର ଭେଇକିଲ ନିୟମ ଉଲଙ୍ଘନ ଅପରାଧରେ କନ୍ଧମାଳ ପୋଲିସ ୨୮ ଜଣଙ୍କ ଠାରୁ ଆଦାୟ କଲା ଜୋରିମାନା
ଭୁବନେଶ୍ୱର : ଗତ ୨୪ ଘଂଟା ମଧ୍ୟରେ ଜିଲ୍ଲା ପୋଲିସ କନ୍ଧମାଳ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ସମୁଦାୟ ୨୭୬ ଟି ଗାଡି ଚେକିଂ କରି ୬ ଜଣଙ୍କ ଡିଏଲ କ୍ୟାନ୍ସେଲ୍ କରାଯିବା ସହିତ ୨୮ ଜଣଙ୍କ ଠାରୁ ୧୮ ହଜାର ଟଙ୍କା ଜୋରିମାନା ଆଦାୟ କରିଛି ।
ଜିଲ୍ଲାରେ ମଦପାନକରି ଗାଡି ଚଲାଉଥିବା ଅପରାଧରେ ୧ ଜଣଙ୍କ ନାମରେ ତୁରନ୍ତ ପଦକ୍ଷପ ନିଆଯାଇଛି ବୋଲି ଏ ସଂପର୍କରେ କନ୍ଧମାଳ ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।
