ପଥରରେ ଛେଚି ଯୁବକଙ୍କୁ ହତ୍ୟା
ପୁରୁଷୋତ୍ତମପୁର : ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବିଭତ୍ସ ହତ୍ୟାକାଣ୍ଡ । ଶୋଇଥିବା ବେଳେ ପଥରରେ ଛେଚି ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି।
ସୂଚନା ଯେ, ଗଞ୍ଜାମ ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ିଘାଇରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ବିନୟ ପ୍ରଧାନ । ସେ ଶୋଇଥିବା ବେଳେ କିଛି ଦୁର୍ବୃତ୍ତ ଆସି ତାଙ୍କୁ ପଛରରେ ଛେଚି ହତ୍ୟା କରିଥିଲେ । ତେବେ ମଦ ବିକ୍ରିକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଁଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ ହୋଇଛି ।
