କୋରେଇ ଟ୍ରେନ ଦୁର୍ଘଟଣା; ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ଘଟଣାରେ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।
— Naveen Patnaik (@Naveen_Odisha) November 21, 2022
ସୂଚନା ଯେ, ତେବେ ଟ୍ରେନ୍ ଦୁର୍ଘଟଣାରେ ୫୪ଟି ବଗିରୁ ୧୦ଟି ଲାଇନଚ୍ୟୁତ ହୋଇଥିବା ସୂଚନା । ଲାଇନଚ୍ୟୁତ ପରେ ଷ୍ଟେସନ ଉପରକୁ ବଗିଗୁଡିକ ମାଡି ଯାଇଛି । ଯାହା ଫଳରେ କୋରେଇ ରେୱେ ଷ୍ଟେସନର ବିଲ୍ଡିଂ ଭାଙ୍ଗି ଯାଇଛି । କେବଳ ସେତିକି ନୁହେଁ ଦୁର୍ଘଟଣାରେ ଫୁଟ୍ ଓଭର ବ୍ରିଜ୍ ଭାଙ୍ଗି ଚୁରମାର ହୋଇଛି । ତେବେ ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ନେଇ କୋରେଇ ବିଡିଓ ସୂଚନା ଦେଇଛନ୍ତି । ୭ଜଣ ଆହତଙ୍କ କୋରେଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀଙ୍କ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
