ବଙ୍ଗୋପସାଗରରେ ଲଘୁଚାପ, ବଢିବ ବର୍ଷା
ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ତିନି ତିନୋଟି ଲଘୁଚାପ । ଉତରପୂର୍ବ ଓ ତତସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଂଟା ମଧ୍ୟରେ ଏହା ଉତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇପାରେ । ସେହିଭଳି ଦକ୍ଷିଣ ଛତିଶଗଡ଼ ଏବଂ ଆନ୍ଧ୍ର ଉପକୂଳରେ ଆଉ ୨ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ । ୪ ତାରିଖରୁ ୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ରବିବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ସେହିପରି ୫ ତାରିଖରୁ ୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ଜଗତସିଂହପୁର , ପୁରୀ ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
