ଦୁର୍ବଳ ଅବପାତ, ୧୮ରୁ ପୁଣି ବର୍ଷା
ଭୁବନେଶ୍ୱର : ଦୁର୍ବଳ ହୋଇଛି ଅବପାତ । ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ୱବର୍ତୀ ଅଂଚଳରେ ଦୁର୍ବଳ ହୋଇ ବର୍ତମାନର ଅବପାତ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଅନ୍ୟପକ୍ଷରେ ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ଉତର ବଙ୍ଗୋପସାଗର ଅଂଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୮ ତାରିଖ ବେଳକୁ ରାଜ୍ୟରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବୃଦ୍ଧି ପାଇବ ।
ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ,ସମ୍ବଲପୁର, ବରଗଡ, ଦେବଗଡ, ସୁନ୍ଦରଗଡ , କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୩ ରୁ୧ ୪ ତାରିଖ ମଧ୍ୟରେ କେନ୍ଦୁଝର , ମୟୁରଭଂଜ , ସୁନ୍ଦରଗଡ, ଝାରସୁଗୁଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
