ମାଓବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ : ଟଳିଲେ ୩ ମାଓବାଦୀ
ମାଲକାନଗିରି : ଛତିଶଗଡ ବିଜାପୁର ଓ ତେଲେଙ୍ଗାନା ମୁଲୁଗୁ ଜିଲା ସୀମାନ୍ତରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ । ଏଥିରେ ତିନି ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ତିନୋଟି ଅତ୍ୟାଧୁନିକ ବନ୍ଧୁକ ସହ ବିପୁଳ ପରିମାବନର ବିସ୍ଫୋରଣ ସାମଗ୍ରୀ ଜବତ ହୋଇଛି।
ସୂଚନା ଯେ, ମୁଲୁଗୁ ଜଙ୍ଗଲ ଭିତରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହା ପରେ ତେଲେଙ୍ଗାନା ପୋଲିସର ଗ୍ରେହଣ୍ଡ ଯବାନ ଓ ଛତିଶଗଡ ପୋଲିସର ଡିଆରଜି ବାହିନୀ ପକ୍ଷରୁ ସେଠାରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଯବାନଙ୍କୁ ଦେଖି ନକ୍ସଲ ମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ପ୍ରାୟ ୨ଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଗୁଳି ବିନିମୟ ପରେ ନକ୍ସଲ ମାନେ ଘଟଣାସ୍ଥଳ ଛାଡି ପଳାୟନ କରିଥିବା ବେଳେ ଯବାନ ମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିବା ଜଣାପଡିଛି ।
