ମୟୂରଭଂଜ ପୋଲିସ ପକ୍ଷରୁ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ
ବାରିପଦା : ବାରିପଦା ପୋଲିସ ପଡିଆ ଠାରେ ମୟୂରଭଂଜ ପୋଲିସ ପକ୍ଷରୁ ଆଜି ୬୦ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି । ଆରକ୍ଷୀ ଅଧିକ୍ଷକ ଋଷିକେଶ ଦ୍ୟାନଦେଓ ଖିଲାରୀ ମୁଖ୍ୟଅତିଥି ଭାବରେ ଯୋଗଦେଇ ପ୍ୟାରେଡ଼ରେ ଅଂଶଗ୍ରହଣ କରି ଅଭିବାଦନ ଗ୍ରହଣ କରିବା ସହ ଗୃହରକ୍ଷୀମାନଙ୍କ ଅବିସ୍ମରଣୀୟ କିର୍ତୀ ଉପରେ ନିଜ ବକ୍ତବ୍ୟରେ ଆଲୋକପାତ କରିଥିଲେ । ଗୃହରକ୍ଷୀମାନେ ପ୍ରାକୃତିକ ବିପର୍ଯ୍ୟୟ ଯଥା ବନ୍ୟା, ବାତ୍ୟା, ମରୁଡି ଠାରୁ ଆରମ୍ଭ କରି ଆଇନ୍ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଭଳି ସବୁ କ୍ଷେତ୍ରରେ ଉଲ୍ଲେଖନୀୟ କର୍ତବ୍ୟ ସମ୍ପାଦନ ସହ ନିଜ ଜୀବନକୁ ପାଣି ଛଡାଇ ଜନସାଧାରଣଙ୍କର ସେବା କରିଆସିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ନିକଟରୁ ଆସିଥବା ସନ୍ଦେଶବାର୍ତା ଆରକ୍ଷୀ ଅଧିକ୍ଷକ ପାଠ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପୋଲିସ ବିଭାଗର ଅନେକ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ ।
