ସେପ୍ଟେମ୍ବର ୧ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର : ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ଷୋଡଶ ବିଧାନସଭାର ସପ୍ତମ ଅଧିବେଶନ ନେଇ ସୋମବାର ଦିନ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ଅଧିବେଶନ ସ୍ୱଳ୍ପକାଳୀନ ରହିବ । ଏହି ଅଧିବେଶନ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟର୍ନ୍ତ ଚାଲିବ । ଏଥିରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି । ସେଥିମଧ୍ୟରେ ୭ଟି ସରକାରୀ ଓ ଗୋଟିଏ ବେସରକାରୀ କାର୍ଯ୍ୟଦିବସ ଅନ୍ତର୍ଭୁକ୍ତ ।
ସେପ୍େଟମ୍ବର ୩ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ପାଇଁ ରଖାଯାଇଥିବାବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟଦିବସ ରହିଛି । ୫ତାରିଖ ରବିବାର ଛୁଟି ରହିବ । ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ଦ୍ୱାରା ଜାରି ସମନ ଅନୁସାରେ, ସେପ୍େଟମ୍ବର ୧ତାରିଖ ପୂର୍ବାହ୍ନ ୧୧ଟାରେ ବିଧାନସଭା ଅଧିବେଶନ ଆରମ୍ଭ ପାଇଁ ରାଜ୍ୟପାଳ ସମନ ଜାରି କରିଛନ୍ତି ।
