ଗତ ୨୪ ଘଂଟାରେ ମୟୁରଭଂଜ ପୋଲିସ ଦ୍ୱାରା ୧ ଲକ୍ଷ ୨୮ ହଜାରରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ମୟୁରଭଂଜ : ଗତ ୨୪ ଘଂଟା ମଧ୍ୟରେ ମୟୁରଭଂଜ ଜିଲ୍ଲା ପୋଲିସ ମୟୁରଭଂଜ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୧ ଲକ୍ଷ ୨୮ ହଜାର ୧୦୦ ଟଙ୍କା ଜୋରିମାନା ଆଦାୟ କରିଛି । ଏହା ସହିତ ଗାଡି ଚେକିଂ ବେଳେ ୬ ଜଣ ନିୟମ ଉଲଙ୍ଘନ କାରୀଙ୍କର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଇଅଛି । ଜିଲ୍ଲାରୁ ମଦ ପାନ କରି ଗାଡି ଚଲାଉଥିବା ଅପରାଧରେ ୨ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଅଛି ବୋଲି ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି ।
