ଦେଶରେ ଦିଆଗଲାଣି ୨୧୯.୩୩ କୋଟିରୁ ଅଧିକ କରୋନା ଟୀକା
ନୂଆଦିଲ୍ଲୀ : ଦେଶବ୍ୟାପି କରୋନା ଟୀକାକରଣ ଅଭିଯାନରେ ସୋମବାର ସକାଳ ୮ ଟା ସୁଦ୍ଧା ୨୧୯ କୋଟି ୩୩ ଲକ୍ଷ ଟୀକା ଦେବା ସଂଖ୍ୟା ପାରି କରିସାରିଛି । ଗତ ୨୪ ଘଂଟାରେ ୧ ଲକ୍ଷ ୨୫ ହଜାର ୦୧୩ ଟିକା ଦିଆଯାଇଛି ।
କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହିସାବ ଅନୁସାରେ ସୋମବାର ସକାଳ ସୁଦ୍ଧା ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତମାନ ସୁଦ୍ଧା ସମୁଦାୟ ୨୧୯.୩୩ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି ।
