ଦେଶରେ ଦିଆଗଲାଣି ୨୧୯.୭୬ କୋଟିରୁ ଅଧିକ କରୋନା ଟୀକା
ନୂଆଦିଲ୍ଲୀ : ଦେଶବ୍ୟାପି କରୋନା ଟୀକାକରଣ ଅଭିଯାନରେ ଗୁରବାର ସକାଳ ୮ ଟା ସୁଦ୍ଧା ୨୧୯ କୋଟି ୭୬ ଲକ୍ଷ ଟୀକା ଦେବା ସଂଖ୍ୟା ପାରି କରିସାରିଛି । ଗତ ୨୪ ଘଂଟାରେ ୧୬ ହଜାର ୫୬୦ ରୁ ଅଧିକ ଟିକା ଦିଆଯାଇଛି ।
କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହିସାବ ଅନୁସାରେ ଗୁରବାର ସକାଳ ସୁଦ୍ଧା ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତମାନ ସୁଦ୍ଧା ସମୁଦାୟ ୨୧୯.୭୬ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି । ଗତ ୨୪ ଘଂଟାରେ ଦେଶରେ ସମୁଦାୟ ଆକ୍ଟିଭ୍ କେସ ୧୩,୧୮୭ ଅଛି ।
