ଦେଶରେ ଦିଆଗଲାଣି ୨୧୯.୭୭ କୋଟିରୁ ଅଧିକ କରୋନା ଟୀକା
Israelis recieve a third dose of the COVID-19 vaccine at a Health Care center in Katzrin, Golan Heights, November 16, 2021. Photo by Michael Giladi/Flash90 *** Local Caption *** çéñåï ÷åøåðä çéñåðéí ÷åøåðä çåìéí
ନୂଆଦିଲ୍ଲୀ : ଦେଶବ୍ୟାପି କରୋନା ଟୀକାକରଣ ଅଭିଯାନରେ ଶୁକ୍ରବାର ସକାଳ ୮ ଟା ସୁଦ୍ଧା ୨୧୯ କୋଟି ୭୭ ଲକ୍ଷ ଟୀକା ଦେବା ସଂଖ୍ୟା ପାରି କରିସାରିଛି । ଗତ ୨୪ ଘଂଟାରେ ୧୪ ହଜାର ୩୨୯ ରୁ ଅଧିକ ଟିକା ଦିଆଯାଇଛି ।
କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ହିସାବ ଅନୁସାରେ ଶୁକ୍ରବାର ସକାଳ ସୁଦ୍ଧା ରାଜ୍ୟ ଏବଂ କେନ୍ଦ୍ରଶାସିତ ପ୍ରଦେଶ ମାନଙ୍କରେ କରୋନା ବିରୋଧି ଟିକା ବର୍ତମାନ ସୁଦ୍ଧା ସମୁଦାୟ ୨୧୯.୭୭ କୋଟି ଟିକା ନିଶୁଳ୍କ ଭାବରେ ଯୋଗାଇ ଦିଆଯାଇଅଛି । ଗତ ୨୪ ଘଂଟାରେ ଦେଶରେ ସମୁଦାୟ ଆକ୍ଟିଭ୍ କେସ ୧୨,୭୫୨ ଅଛି ।
