ରାଜ୍ୟରେ ଦିଆଗଲାଣି ୮,୧୪,୩୬,୩୮୯ରୁ ଅଧିକ ଟୀକା
ଭୁବନେଶ୍ୱର : କରୋନା ଟୀକାକରଣ ଅଭିଯାନରେ ଆଜି ସୁଦ୍ଧା ରାଜ୍ୟରେ ସମୁଦାୟ ୮ କୋଟି ୧୪ ଲକ୍ଷ ୩୬ ହଜାର ୩୮୯ ସଂଖ୍ୟାରେ ଟିକା ଦିଆଗଲାଣି ।
ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଅନୁସାରେ ଶନିବାର ସକାଳ ସୁଦ୍ଧା ରାଜ୍ୟରେ ସମୁଦାୟ ଦିଆ ଯାଇଥିବା ଟିକାରୁ ପ୍ରଥମ ଡୋଜ ନେଇଥିବା ଲୋକଙ୍କ ସଂଖ୍ୟା ୩ କୋଟି ୫୨ ଲକ୍ଷ ୬୪ ହଜାର ୩୮୨ ଜଣ ଥିବା ବେଳେ ଦ୍ୱିତିୟ ଡୋଜ ନେଇଥିବା ଲୋକଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୦୫ ହଜାର ୮୬୪ ଜଣ । ଏହା ସହିତ ବୃଷ୍ଟର ଡୋଜ ନେଇଥିବା ଲୋକଙ୍କ ସଂଖ୍ୟା ୧ କୋଟି ୩୧ ଲକ୍ଷ ୬୬ ହଜାର ୧୪୩ ଜଣ । ଜିଲ୍ଲା ମାନଙ୍କ ମଧ୍ୟରେ ଗଂଞାମ ଜିଲ୍ଲାରେ ସମୁଦାୟ ୭୩ ଲକ୍ଷ ୫୯ ହଜାର ୯୬୮ ଜଣଙ୍କୁ ଟିକା ଦିଆଯାଇଛି ଯାହା ସବୁ ଜିଲ୍ଲା ମାନଙ୍କଠାରୁ ଆଗରେ ଅଛି ବୋଲି ସୂଚନା ଦିଆଯାଇଛି ।
