ରାଜ୍ୟରେ ଆଜିସୁଦ୍ଧା ଦିଆଗଲାଣି ୮,୧୪,୫୧,୯୪୪ରୁ ଅଧିକ କରୋନା ଟୀକା
ଭୁବନେଶ୍ୱର : କରୋନା ଟୀକାକରଣ ଅଭିଯାନରେ ଆଜି ସୁଦ୍ଧା ରାଜ୍ୟରେ ସମୁଦାୟ ୮ କୋଟି ୧୪ ଲକ୍ଷ ୫୧ ହଜାର ୯୪୪ ସଂଖ୍ୟାରେ ଟିକା ଦିଆଗଲାଣି ।
ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଅନୁସାରେ ସୋମବାର ସକାଳ ସୁଦ୍ଧା ରାଜ୍ୟରେ ସମୁଦାୟ ଦିଆ ଯାଇଥିବା ଟିକାରୁ ପ୍ରଥମ ଡୋଜ ନେଇଥିବା ଲୋକଙ୍କ ସଂଖ୍ୟା ୩ କୋଟି ୫୨ ଲକ୍ଷ ୬୪ ହଜାର ୬୬୮ ଜଣ ଥିବା ବେଳେ ଦ୍ୱିତିୟ ଡୋଜ ନେଇଥିବା ଲୋକଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୦୭ ହଜାର ୫୪୦ ଜଣ । ଏହା ସହିତ ବୃଷ୍ଟର ଡୋଜ ନେଇଥିବା ଲୋକଙ୍କ ସଂଖ୍ୟା ୧ କୋଟି ୩୧ ଲକ୍ଷ ୭୯ ହଜାର ୭୩୬ ଜଣ । ଜିଲ୍ଲା ମାନଙ୍କ ମଧ୍ୟରେ ଗଂଞାମ ଜିଲ୍ଲାରେ ସମୁଦାୟ ୭୩ ଲକ୍ଷ ୭୧ ହଜାର ୯୯୭ ଜଣଙ୍କୁ ଟିକା ଦିଆଯାଇଛି ଯାହା ସବୁ ଜିଲ୍ଲା ମାନଙ୍କଠାରୁ ଆଗରେ ଅଛି ବୋଲି ସୂଚନା ଦିଆଯାଇଛି ।
