ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ
ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଜିଠାରୁ ସକାଳୁଆ ସ୍କୁଲ ଆରମ୍ଭ ହୋଇଛି । ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ । ସେହିପରି ସକାଳ ୭ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଠପଢ଼ା ହେବ।
ସମସ୍ତ ସରକାରୀ, ଘରୋଇ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ପାଇଁ ଏହି ସମୟ ଲାଗୁ ହୋଇଛି । ତେବେ କେତେକ ଆନୁସଙ୍ଗିକ ବ୍ୟବସ୍ଥା ଲାଗି କିଛି ସ୍କୁଲ ସୋମବାର ଠାରୁ ସକାଳୁଆ ହେବ । ନିର୍ଦ୍ଧାରିତ ସମୟ ମଧ୍ୟରେ କ୍ଲାସ ସାରିବାକୁ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହିତ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲରେ ପିଇବା ପାଣିର ବ୍ୟବସ୍ଥା ଏବଂ ଓଆରଏସ୍ ଆଣି ରଖିବାକୁ ନିର୍ଦ୍ଦେଶ ରହିଛି ।
