ଆଜିଠାରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠାରୁ ସକାଳୁଆ ହେବ ସ୍କୁଲ। ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ସ୍କୁଲ ସମୟ ସକାଳ ୬ଟା ୩୦ ମିନିଟ୍ରୁ ୧୦ଟା ୩୦ ମିନିଟ୍ ପର୍ଯ୍ୟନ୍ତ ରହିଛି। ସେହିପରି ନବମରୁ ଦ୍ୱାଦଶ ଶ୍ରେଣୀ ପିଲାମାନଙ୍କ ପାଠପଢ଼ା ସମୟ ସକାଳ ୭ଟା ୩୦ ମିନିଟ୍ରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ରଖାଯାଇଛି। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଯାଇଛି।
ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କ୍ଲାସ ସାରିବାକୁ ସମସ୍ତ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲରେ ପିଇବା ପାଣିର ବ୍ୟବସ୍ଥା ଓ ଓଆରଏସ୍ ଆସି ରଖିବାକୁ ନିର୍ଦ୍ଦେଶ ରହିଛି।
