ମାଈହାତୀର ମୃତଦେହ ଉଦ୍ଧାର
ଢ଼େଙ୍କାନାଳ : ଢ଼େଙ୍କାନାଳ ଜିଲ୍ଲା ମହାବୀରରୋଡ଼ ରେଞ୍ଜ ଅନ୍ତର୍ଗତ ଘାଗରାମୁଣ୍ଡା ଖଇରାମୁଣ୍ଡା ଗ୍ରାମ ନିକଟ ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଠାବ କରାଯାଇଛି । ମୃତ ହାତୀର ବୟସ ପାଖାପାଖି ୪୫ ବର୍ଷ ହୋଇଥିବା ଅନୁମାନ କରାଯାଉଛି । ତେବେ କିପରି ଓ କେଉଁ ପରିସ୍ଥିତିରେ ହାତୀଟିର ମୃତ୍ୟୁ ଘଟିଛି, ତାହା ଅଦ୍ୟାବଧି ଅସ୍ପଷ୍ଟ ରହିଛି । ଖବର ପାଇ ବନ ବିଭାଗ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଂଚି ହାତୀର ମୃତଦେହ ଉଦ୍ଧାର କରିବା ସହ ଘଟଣାର ଛାନଭିନ୍ ଆରମ୍ଭ କରିଛନ୍ତି । ବନ ବିଭାଗ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।
