ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ
କଟକ : ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଇଜି(ହେଡ କ୍ୱାର୍ଟର) ଏସ ଦେବଦତ୍ତ ସିଂ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବରିଷ୍ଠ ପୋଲିସ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ଦେଶର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ କାର୍ଯ୍ୟ କରିବାକୁ ଶପଥ ପାଠ କରାଇଥିଲେ । ସୂଚନାଯୋଗ୍ୟ ଯେ, ସ୍ୱାଧୀନ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ତଥା ଗୃହମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଦିବସ ଅକ୍ଟୋବର ୩୧କୁ ଦେଶବ୍ୟାପି ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି । ଏହି ଶପଥ ପାଠ ଉତ୍ସବରେ କାର୍ଯ୍ୟାଳୟର ବରିଷ୍ଠ ପୋଲିସ ଅଧିକାରୀ, ସମସ୍ତ ସଂସ୍ଥା ଅଧିକାରୀ, ଉପବିଭାଗ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ ।
