ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, କ୍ରମାଗତ ପଞ୍ଚମ ଦିନ ପାଇଁ ଇନ୍ଧନ ମୂଲ୍ୟ ବୃଦ୍ଧିରୁ ଗ୍ରାହକଙ୍କୁ ଆଶ୍ୱସ୍ତି
ମୁମ୍ବାଇ : ଦୀପାବଳୀ ଅବସରରେ ତେଲ ଦର ହ୍ରାସ ପରେ ଆଜି କ୍ରମାଗତ ପଞ୍ଚମ ଦିନ ପାଇଁ ଇନ୍ଧନ ମୂଲ୍ୟ ବୃଦ୍ଧିରୁ ଗ୍ରାହକଙ୍କୁ ଆଶ୍ୱସ୍ତି ମିଳିଛି । ପାର୍ବଣ ଋତୁ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବାକୁ ଘୋଷଣା କରିଥିଲେ । ଯାହା ପରେ ଆଜି ହେଉଛି ପଞ୍ଚମ ଦିନ ଯେତେବେଳେ ମୂଲ୍ୟରେ ଆଉ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ଏହି ସମୟ ମଧ୍ୟରେ ସମୁଦାୟ ୨୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ତୈଳ ମୂଲ୍ୟ ହ୍ରାସ କରିବାକୁ ଘୋଷଣା କରିଛନ୍ତି ।
ମଙ୍ଗଳବାର ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଆଜି ତୈଳ ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଇଣ୍ଡିଆନ ଅଏଲ କୋର୍ପୋରେଶନ (ଆଇଓସି) ଅନୁଯାୟୀ ସୋମବାର ଦିଲ୍ଲୀରେ ପେଟ୍ରୋଲ ୧୦୩.୯୭ ଟଙ୍କା ଓ ଡିଜେଲ ଲିଟର ପିଛା ୮୬.୬୭ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ସ୍ଥିର ରହିଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ । ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୧୦୩.୯୭ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୯.୯୮ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୪.୬୭ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୧.୫୧ ଟଙ୍କା ରହିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୬୧ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ବେଙ୍ଗାଲୁରୁରେ ପେଟ୍ରୋଲ ଲିଟର ପିଛା ୧୦୦.୬୭ ଦରରେ ବିକ୍ରି ହେଉଛି । ସେପଟେ ରାଜସ୍ଥାନର ରାଜଧାନୀ ଜୟପୁରରେ ପେଟ୍ରୋଲ ଲିଟର ପିଛା ୧୧୦.୭୦ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ପାଟନାରେ ୧୦୬.୦୧ ଓ ତିଭେନ୍ଦ୍ରମରେ ୧୦୬.୩୬ ଟଙ୍କା ପ୍ରତି ଲିଟର ଦରରେ ବିକ୍ରି ହେଉଛି । ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ପେଟ୍ରୋଲ ୯୫.୨୮ ଟଙ୍କା ଦରରେ ବିକ୍ରି ହେଉଛି । ଗୁରୁଗ୍ରାମରେ ପେଟ୍ରୋଲ ୯୫.୯୦ ଟଙ୍କା ଓ ନୋଏଡାରେ ପେଟ୍ରୋଲ ୯୫.୪୮ ଟଙ୍କା ଦରରେ ବିକ୍ରି ହେଉଛି । ସେହିପରି ଚଣ୍ଡିଗଡ଼ରେ ପେଟ୍ରୋଲ ୯୪.୨୩ ଓ ହାଇଦ୍ରାବାଦରେ ୧୦୮.୨୦ ଟଙ୍କା ରହିଛି । ସେହିପରି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୬.୬୭ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୧୪ ଟଙ୍କା ଏବଂ କୋଲକାତାରେ ଲିଟର ପିଛା ୮୯.୭୯ ଟଙ୍କା ରହିଛି । ଚେନ୍ନାଇରେ ଡିଜେଲ ଲିଟର ପିଛା ୯୧.୪୩ ଟଙ୍କା ରହିଛି । ଭୁବନେଶ୍ୱରରେ ଡିଜେଲ ୯୧.୪୩ ଟଙ୍କା ଦରରେ ବିକ୍ରି ହେଉଛି ।
ଆପଣଙ୍କ ସହରର ରେଟ୍ ଜାଣିବା ପାଇଁ ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଆରଏସପି ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ ଆଇଓସିଏଲ ୱେବସାଇଟରୁ ପାଇବେ । ସୂଚନା ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।
