ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆ ଦର : ଜାଣନ୍ତୁ କ’ଣ ରହିଛି ଆଜିର ରେଟ୍
ନୂଆଦିଲ୍ଲୀ : ପେଟ୍ରୋଲ ଓ ଡିଜେଲର ମୂଲ୍ୟରେ ହ୍ରାସ ବୃଦ୍ଧି ଆମର ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇଥାଏ । ସେଥିପାଇଁ ଆମର ନଜର ପ୍ରତିଦିନ ଏହାର ମୂଲ୍ୟ ଉପରେ ଥାଏ । ଗୁରୁବାର ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଆଜି ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ବୃଦ୍ଧି ଘଟିଛି ।
ସୂଚନାଯୋଗ୍ୟ, ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟିକସ ଆଦାୟ କରୁଛନ୍ତି । ଏହା ବ୍ୟତୀତ ମାଲ ପରିବହନ, ଡିଲର ଚାର୍ଜ ଏବଂ ଡିଲର କମିଶନ ମଧ୍ୟ ଏହାର ମୂଲ୍ୟରେ ଅନ୍ତର୍ଭୁକ୍ତ ଥାଏ । ପେଟ୍ରୋଲ ଓ ଡିଜେଲର ମୂଳ ମୂଲ୍ୟରେ ଏସବୁ ଯୋଡିବା ପରେ ଖୁଚୁରା ମୂଲ୍ୟ ସାମ୍ନାକୁ ଆସେ । ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ ବା ଏକ୍ସାଇଜ୍ ଡ୍ୟୁଟି ଆଦାୟ କରନ୍ତି ଯାହା ସମଗ୍ର ଦେଶରେ ସମାନ ଅଟେ । ରାଜ୍ୟ ସରକାର ଭ୍ୟାଟ୍ ଆଦାୟ କରନ୍ତି । ରାଜ୍ୟଗୁଡ଼ିକରେ ଅଲଗା ଅଲଗା ଭ୍ୟାଟ୍ କାରଣରୁ ବିଭିନ୍ନ ରାଜ୍ୟ ଓ ସହରରେ ପେଟ୍ରୋଲ ଓ ଡିଜେଲର ଭିନ୍ନ ଦର ରହିଥାଏ ।
ଇଣ୍ଡିଆନ ଅଏଲ କୋର୍ପୋରେଶନ (ଆଇଓସି) ଅନୁଯାୟୀ, ଗୁରୁବାର ଦିନ ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୧୦୩.୦୪ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୯୪.୬୧ ଟଙ୍କା ରହିଛି । ଗତକାଲି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୦୧ ଟଙ୍କା ଥିଲା ଓ ଡିଜେଲ ଦର ୯୪.୫୮ ଟଙ୍କା ଥିଲା । ଅର୍ଥାତ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ୩ ପଇସା ବୃଦ୍ଧି ହୋଇଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ୯୬.୭୨ ଟଙ୍କା ଓ ଡିଜେଲ ଲିଟର ପିଛା ୮୯.୬୨ ଟଙ୍କା, ମୁମ୍ବାଇରେ ପେଟ୍ରୋଲ ୧୧୧.୩୫ ଟଙ୍କା ଓ ଲିଟର ପିଛା ଡିଜେଲ ୯୭.୨୮ ଟଙ୍କା ଓ କୋଲକାତାରେ ପେଟ୍ରୋଲ ୧୦୬.୦୩ ଟଙ୍କା ଓ ଡିଜେଲ ଲିଟର ପିଛା ୯୨.୭୬ ଟଙ୍କା ରହିଛି ।
ଜାଣନ୍ତୁ ଆପଣଙ୍କ ସହରର ରେଟ୍ :
ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ ଆରଏସପି ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ ଆଇଓସିଏଲ ୱେବସାଇଟରୁ ପାଇବେ ।
ଏଠାରେ ଚେକ୍ କରନ୍ତୁ :-https://iocl.com/Products/PetrolDieselPrices.aspx
ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।
