ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲା : ଓମଫେଡ୍ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ସମ୍ବଲପୁର : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫସିଲେ ଓମଫେଡ୍ ଅଧିକାରୀ । ସମଲେଶ୍ୱରୀ ଓମଫେଡ୍ ୟୁନିଅନ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଏକାସଙ୍ଗେ ୪ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।
କିଶୋରଙ୍କ ନାଁରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ନେଇ ଏକାଧିକ ଅଭିଯୋଗ ଥିଲା । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଓମଫେଡ ଡେପୁଟି ମ୍ୟାନେଜର କିଶୋର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ ହୋଇଛି । ଏକକାଳୀନ ଭିଜିଲାନ୍ସ ପକ୍ଷରୁ ସାକ୍ଷୀପଡା ସ୍ଥିତ ଘର, ସାକ୍ଷୀପଡାସ୍ଥିତ ଅଫିସ , ପୁରୀ ସ୍ଥିତ ପୈତୃକ ଘର ଓ ଭୁବନେଶ୍ବରରେ ଚଢାଉ ହେଉଛି । ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସବିଶେଷ ତଥ୍ୟ ହାସଲ ହୋଇନାହିଁ ।
