ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ କରାଯିବା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ କରାଯିବା ପାଇଁ ରବିବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଚୁକ୍ତିଭିତ୍ତିକ ଗ୍ରୁପ୍ ‘ବି’, ‘ସି’, ‘ଡି’ ପାହ୍ୟାର ନିଯୁକ୍ତି ଉଚ୍ଛେଦ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ଫଳରେ ୫୭ ହଜାର ଠିକା କର୍ମଚାରୀଙ୍କୁ ସ୍ଥାୟୀ କରାଯାଇଛି । ଗତକାଲି କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଠିକା ନିଯୁକ୍ତିର ଯୁଗ ଶେଷ ହେଲା ବୋଲି ଘୋଷଣା କରିଥିଲେ ।
ଉଲ୍ଲେଖଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ବଡ଼ ଘୋଷଣା କରିଥିଲେ । ସେ କହିଥିଲେ ଯେ, ‘ରାଜ୍ୟରୁ ଠିକା ନିଯୁକ୍ତିର ଯୁଗ ଶେଷ ହୋଇଛି । ରାଜ୍ୟର ସମସ୍ତ ଚୁକ୍ତିଭିତ୍ତିିକ କର୍ମଚାରୀଙ୍କ ନିଯୁକ୍ତି ନିୟମିତ ହେବ । ଏହା ଦ୍ୱାରା ୫୭ ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀ ଉପକୃତ ହେବେ ।ଏଥିପାଇଁ ରାଜ୍ୟ ସରକାରଙ୍କ ପାଣ୍ଠିରୁ ୧୩ ଶହ କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ । ତେବେ ଏନେଇ ଆସନ୍ତାକାଲି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।
