ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ । ଶୁକ୍ରବାର ସନ୍ଧ୍ୟା ୫.୩୦ ରେ ବସିବାକୁ ଥିବା ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି ।
ପ୍ରାୟ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ବିଶେଷକରି ରାଜସ୍ବ, ପାନୀୟ ଜଳ ଯୋଗାଣ, କୃଷି, ସାଧାରଣ ପ୍ରଶାସନ, ପରିବହନ, ପୂର୍ତ୍ତ ଓ କ୍ରୀଡ଼ା ବିଭାଗର ବିଭିନ୍ନ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବା ସମ୍ଭାବନା ରହିଛି।
