ମହାତ୍ମା ଗାନ୍ଧି ଓ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶାନ୍ତି ଓ ଅହିଂସାର ମହାନ ପ୍ରଚାରକ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଆଜି ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗାନ୍ଧିଜୀଙ୍କ ଅହିଂସା, ଶାନ୍ତି , ସହିଷ୍ଣୁତା ଓ ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅଟଳ ସମର୍ପଣ ପିଢ଼ି ପିଢିକୁ ପ୍ରେରଣା ଯୋଗାଉଥିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ବାର୍ତ୍ତା ଦେଇ କହିଛନ୍ତି।
ସେହିପରି ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ଆଜି ଜୟନ୍ତୀ । ଏହି ଅବସରରେ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲାଲ୍ ବାହାଦୂର ଶାସ୍ତ୍ରୀ ଥିଲେ ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ ଓ ଜ୍ଞାନୀ । ତାଙ୍କର ‘ଜୟ ଯବାନ, ଜୟ କିଷାନ’ ସ୍ଲୋଗାନ ଭାରତୀୟତାର ପ୍ରକୃତ ବାର୍ତ୍ତା ବହନ କରୁଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି। ଏହା ଆଜି ବି ଆମକୁ ପ୍ରେରଣା ପ୍ରଦାନ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
