ଇ-ଯାନ ଉପରେ ରିହାତି ଘୋଷଣା କଲେ ସରକାର
ଭୁବନେଶ୍ୱର : ବିଦ୍ୟୁତ୍ ଚାଳିତ ଗାଡ଼ି କିଣିଲେ ମିଳିବ ରିହାତି । ଇ- ଯାନ ଉପରେ ରାଜ୍ୟ ସରକାର ରିହାତି ଘୋଷଣା କରିଛନ୍ତି । ଦୁଇ ଚକିଆ ଯାନ କିଣିଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ରିହାତି ମିଳିବ । ୩ ଚକିଆ ଯାନ କିଣିଲେ ୧୦ ହଜାର ଏବଂ ୪ ଚକିଆରେ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ରିହାତି ମିଳିବ ।
ସେହିପରି ନନ୍ ଏସି ବସ୍ ରେ ୨ ଲକ୍ଷ ଏବଂ ଏସି ଡିଲକ୍ସ ବସ୍ ରେ ୪ ଲକ୍ଷ ପର୍ଯ୍ୟନ୍ତ ରିହାତି ମିଳିବ । ସରକାରୀ କର୍ମଚାରୀଙ୍କୁ ଶତ ପ୍ରତିଶତ ସୁଧ ରିହାତି ଋଣ ଦିଆଯିବ । ଇ-ଯାନ ନୀତି ପ୍ରଦୂଷଣ ରୋକିବାରେ ସକ୍ଷମ ହେବ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି । ଇ- ଯାନ ପଲିସି ଉପରେ ଗତକାଲି କ୍ୟାବିନେଟ୍ ନିଷ୍ପତି ହୋଇଥିଲା । ଏହି ନୀତି ଅନୁସାରେ ବୈଦ୍ୟୁତିକ ଯାନ ଓ ଏହାର ଯନ୍ତ୍ରାଂଶ ଏବଂ ବ୍ୟାଟେରୀ ଉତ୍ପାଦନକାରୀ ଉଦ୍ୟୋଗୀଙ୍କୁ ଉତ୍ସାହିତ କରାଯିବ । ବୈଦ୍ୟୁତିକ ଯାନର ନବୀକରଣ ଓ ଗବେଷଣାକୁ ମଧ୍ୟ ପ୍ରୋତ୍ସାହନ ଯୋଗାଇ ଦିଆଯିବ ।
