ରାଜ୍ୟରେ ସର୍ବନିମ୍ନ ଦୈନିକ କରୋନା ମାମଲା, ଜଣେ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଶେଷ ପର୍ଯ୍ୟାୟରେ କରୋନା ସଂକ୍ରମଣ । ଫଳରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଜଣେ ସଂକ୍ରମିତ ସଙ୍ଗରୋଧ କେନ୍ଦ୍ରରୁ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସମ୍ବଲପୁର ଜିଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୬୧୪୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
