କରୋନାରୁ ସୁସ୍ଥ ହେଉଛି ଓଡ଼ିଶା! ଆଉ ୨୫୧ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : କରୋନାରୁ ସୁସ୍ଥ ହେଉଛି ଓଡ଼ିଶା । କରୋନା ସଂକ୍ରମଣର ତଳମୁହାଁ ଧାରା ଜାରି ରହିଛି । ଫଳରେ ଦୈନିକ ସଂକ୍ରମଣ ମାମଲା ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩ ଶହ ତଳକୁ ଖସି ଆସିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୮୬୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୫ଜଣ ଥିବାବେଳେ ବାଲେଶ୍ୱରରୁ ୮ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୨ଜଣ, ଗଜପତିରୁ ୨୬ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୨୧ଜଣ, ଝାରସୁଗୁଡ଼ାରୁ ୨୫ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୭ଜଣ, କେନ୍ଦୁଝରରୁ ୨୦ଜଣ, ଖୋର୍ଦ୍ଧାରୁ ୩୩ଜଣ, କୋରାପୁଟରୁ ୫ଜଣ, ମୟୁରଭଞ୍ଜରୁ ୧୧ଜଣ, ନବରଙ୍ଗପୁରରୁ ୨ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୩ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୩ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୧ଜଣ ଓ ରାଜ୍ୟ ପୁଲ୍ରୁ ୮ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୨୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୨୯୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୨୦୯୭୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।
