ଇଟାଲୀରୁ ଅମୃତସର ଆସିଥିବା ୧୮୨ ଯାତ୍ରୀଙ୍କ ମଧ୍ୟରୁ ୧୨୫ ଜଣଙ୍କୁ କରୋନା
ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ହାର ଭୟଙ୍କର ଭାବେ ବୃଦ୍ଧି ପାଇବାରେ ଲାଗିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦ ହଜାର ୯୨୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକି ପୂର୍ବ ଦିନ ତୁଳନାରେ ୫୬ ପ୍ରତିଶତ ଅଧିକ । ଏହା ସହିତ ୩୨୫ ଜଣଙ୍କର ମୃତ୍ୟୁ ମଧ୍ୟ ଘଟିଛି ।
ଏହାରି ମଧ୍ୟରେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି । ଇଟାଲୀରୁ ପଞ୍ଜାବର ଅମୃତସର ଆସିଥିବା ଏୟାର ଇଣ୍ଡିଆ ବିମାନର ୧୮୨ ଯାତ୍ରୀଙ୍କ ମଧ୍ୟରୁ ୧୨୫ ଜଣଙ୍କ କୋଭିଡ୍ ରିପୋର୍ଟ ପଜିଟିଭ ଆସିଛି । ଯାହାକୁ ନେଇ ଆତଙ୍କ ଖେଳିଯାଇଛି । ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଆଇସୋଲେଟ୍ କରାଯାଇଛି । ଏକାବେଳେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବାପରେ ବିମାନବନ୍ଦରରେ ଆଲର୍ଟ ଜାରିକରାଯାଇଛି ।
