ରାଜ୍ୟରେ ହଜାରେ ଉପରେ ଦୈନିକ ସଂକ୍ରମଣ; ଆଉ ୧୦୧୧ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା । ହଜାରେ ଉପରେ ଦୈନିକ ସଂକ୍ରମଣ । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧,୦୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୯୧ ଜଣ କ୍ୱାରେଣ୍ଟାଇନ୍ରୁ ଓ ୪୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୬,୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ ଥିବାବେଳେ ବାଲେଶ୍ୱରରୁ ୧୫ଜଣ, ବରଗଡ଼ରୁ ୧୮ଜଣ, ଭଦ୍ରକରୁ ୬ଜଣ, ବଲାଙ୍ଗୀରରୁ ୨୫ଜଣ, ବୌଦ୍ଧରୁ ୧୨ଜଣ, କଟକରୁ ୮୧ଜଣ, ଦେବଗଡ଼ରୁ ୪ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୯ଜଣ, ଯାଜପୁରରୁ ୨୨ଜଣ, ଝାରସୁଗୁଡ଼ାରୁ ୧୧ଜଣ, କଳାହାଣ୍ଡିରୁ ୩୩ଜଣ, କନ୍ଧମାଳରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୧୫ଜଣ, କେନ୍ଦୁଝରରୁ ୧୨ଜଣ, ଖୋର୍ଦ୍ଧାରୁ ୨୩୯ଜଣ, କୋରାପୁଟରୁ ୫ଜଣ, ମୟୁରଭଞ୍ଜରୁ ୭୧ଜଣ, ନବରଙ୍ଗପୁରରୁ ୯ଜଣ, ନୟାଗଡ଼ରୁ ୩୨ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୩ଜଣ, ରାୟଗଡ଼ାରୁ ୫ଜଣ, ସମ୍ବଲପୁରରୁ ୧୦୫ଜଣ, ସୋନପୁରରୁ ୧୮ଜଣ, ସୁନ୍ଦରଗଡ଼ରୁ ୧୮୦ଜଣ ଓ ରାଜ୍ୟ ପୁଲ୍ରୁ ୪୨ଜଣ ରହିଛନ୍ତି ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୦୬,୫୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭,୪୪୦ଟି ସକ୍ରିୟ ମାମଲା ରହିଥିବା ବେଳେ ୧୨,୮୯,୮୮୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୨୫,୦୧,୭୭୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
