ଦୋକାନରେ ପଶିଗଲା ପିକଅପ୍ ଭ୍ୟାନ୍ : ଦୁଇ ମୃତ, ୨ ଗୁରୁତର
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ବିରୁଳିଗଡ଼ ନିକଟରେ ଆଜି ପୂର୍ବାହ୍ନରେ ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାଶ୍ୱର୍ ପରିବା ଦୋକାନରେ ପଶିଯିବା ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣାରେ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଦ୍ୱୟଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତି କରାଯାଇଛି । ମୃତକ ଦ୍ୱୟଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି ରମ୍ଭା ପୋଲିସ । ଦୁର୍ଘଟଣାଗ୍ରସ୍ତ ପିକଅପ୍ ଭ୍ୟାନ୍ କୁ ଜବତ କରିବା ସହ ପୋଲିସ ଘଟଣାର ତଦନ୍ତ ଚଳାଇଛି ।
