କେନ୍ଦ୍ର ଟିକା କିଣି ରାଜ୍ୟମାନଙ୍କୁ ଦେବା ପ୍ରସଙ୍ଗରେ ନବୀନଙ୍କୁ ପିନାରାଇ ବିଜୟନଙ୍କ ସମର୍ଥନ
ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିକାକରଣ ବାବଦରେ ଉଦ୍ୟମକୁ ସମର୍ଥନ ଜଣାଇଛନ୍ତି କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ । ଏନେଇ ଚିଠି ଲେଖି ନବୀନଙ୍କ ଦାବିକୁ ସମର୍ଥନ ଜଣାଇଛନ୍ତି କେରଳ ମୁଖ୍ୟମନ୍ତ୍ରୀ ।
କେନ୍ଦ୍ର ସରକାର ଟିକା କିଣି ରାଜ୍ୟମାନଙ୍କୁ ବଣ୍ଟନ କରିବା ଓ ରାଜ୍ୟମାନଙ୍କୁ ଟିକାକରଣ ଯ଼ୋଜନା ପରିଚାଳନା ଲାଗି ନବୀନ ଦାବି କରିଥିଲେ ।ସେହିପରି ଟିକାଦାନ ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ ଛାଡିବାକୁ କହିଥିଲେ । ଏହି ମର୍ମରେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ ଏକାଠି ହୋଇ କେନ୍ଦ୍ର ନିକଟରେ ଦାବି କରିବାକୁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ନବୀନ । ଏପରିକି ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ନିଜେ କଥା ହୋଇଥିଲେ । ଏହାପରେ ନବୀନଙ୍କ ଦାବିରେ ସ୍ୱର ମିଳାଇଛନ୍ତି କେରଳ ମୁଖ୍ୟମନ୍ତ୍ରୀ । ଦେଶ କରୋନା ମହାମାରୀ ବିରୋଧରେ ଲଢୁଥିବାବେଳେ ଓଡିଶା ସହିତ ମିଶି ମୁକାବିଲା କରିବା ପାଇଁ ସେ ଇଚ୍ଛୁକ ଥିବା ଚିଠିରେ ଉଲ୍ଲେଖ କରିଛନ୍ତି ।
