ଯୁକ୍ତ ୩ ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶିତ
ଭୁବନେଶ୍ୱର : ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି । ପ୍ରଥମ ପର୍ଯ୍ୟାୟରେ ଯୁକ୍ତ ୩ରେ ନାମ ଲେଖାଇବା ପାଇଁ ୧,୬୮,୫୩୭ଜଣ ଛାତ୍ରଛାତ୍ରୀ ଚୟନ ହୋଇଛନ୍ତି । ରାଜ୍ୟର ଯୁକ୍ତ ୩ କଲେଜ ଗୁଡ଼ିକରେ ମୋଟ୍ ୧,୪୯, ୫୩୯ ସିଟ୍ ଥିବା ବେଳେ ୨,୪୪,୨୫୨ ଜଣ ପିଲା ଆବେଦନ କରିଛନ୍ତି ।
ଯୁକ୍ତ ୩ ନାମଲେଖା ପାଇଁ ପିଲମ।ନେ ଅଗଷ୍ଟ ୨୦ ତାରିଖ ସକାଳ ୧୧ଟାରୁ ସେପ୍ଟେଟର ୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ଅନଲାଇନ୍ ଆବେଦନ କରିଥିଲେ । ଛାତ୍ରଛାତ୍ରୀମାନେ ସେପ୍ଟେମ୍ବର ୯ରୁ ୧୪ ତାରିଖ ରାତି ୧୧ଟା ୪୫ ମିନିଟ୍ ଯାଏଁ ଯାଏଁ ସାମ୍ସ ପୋର୍ଟାଲରେ ଅନଲାଇନ୍ ଫି ଦାଖଲ କରିପାରିବେ । ଏହାପରେ ପ୍ରଥମ ପର୍ଯ୍ୟାୟର ଆଡମିସନ୍ ପ୍ରକ୍ରିୟା ସେପ୍ଟେମ୍ବର ୧୬ ତାରିଖରେ ଶେଷ ହେବ । ସେପ୍ଟେଟର ୨୧ରେ ଦ୍ୱିତୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ।
