ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ
ଲକ୍ଷ୍ନୌ : ଉତ୍ତରପ୍ରଦେଶ ବିଧାନସଭାରେ ଭାଜପାର ବିପୁଳ ବିଜୟ ହୋଇଛି । ଏବେ ଯୋଗୀ ଆଦିତ୍ୟ ନାଥଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଯୋଗୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରାୟ ୪ହଜାର ୫ଶହ ଲୋକଙ୍କ ଉପସ୍ଥିତି ରହିବା ନେଇ ଯୋଜନା କରାଯାଉଛି। ଏପରି କି ରାଜ୍ୟ ସରକାରୀ ଯୋଜନାରେ ଉପକୃତ ହିତାଧିକାରୀଙ୍କୁ ମଧ୍ୟ ଉତ୍ସବରେ ନିମନ୍ତ୍ରଣ କରାଯିବ ବୋଲି ଜଣାପଡିଛି।
ଏହି ଉତ୍ସବରେ ଯୋଗଦେବା ନେଇ ୨୦୦ ଭିଭିଆଇପି ଅତିଥିଙ୍କ ତାଲିକା ପ୍ରସ୍ତୁତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଉତ୍ସବକୁ ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି ଭଦ୍ରା, ସୋନିଆ ଗାନ୍ଧୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ମୁଲାୟମ ସିଂହ ଯାଦବ ଓ ବିଏସପି ସୁପ୍ରିମୋ ମାୟାବତୀଙ୍କୁ ମଧ୍ୟ ନିମନ୍ତ୍ରଣ କରାଯିବ ବୋଲି ଜଣାପଡିଛି। ଏଥି ସହ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଉତ୍ସବରେ ଯୋଗ ଦେବାର ସମ୍ଭାବନା ରହିଛି।
