ଅବପାତ ଦୁର୍ବଳ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ
ଭୁବନେଶ୍ୱର : ମଙ୍ଗଳବାର ସକାଳ ସମୟରେ ସକ୍ରିୟ ଅବପାତ ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୪ ଘଂଟା ମଧ୍ୟରେ ଏହା କ୍ରମଶଃ ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
