ଶ୍ରଦ୍ଧାଳୁଙ୍କ ଅପେକ୍ଷାରେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ମାଘ ମେଳା ପାଇଁ ପ୍ରସ୍ତୁତି ଶେଷ
?????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????????
୩୦ ପ୍ଲାଟୁନ ଫୋର୍ସ ମୁତୟନସିସି କ୍ୟାମେରା ନଜରରେ ମେଳା ପଡ଼ିଆ
କୋଣାର୍କ : ଶନିବାର ରାତି ୪ଟା ୪୧ରୁ ଚନ୍ଦ୍ରଭାଗା ତୀର୍ଥରେ ପବିତ୍ର ମାଘ ସପ୍ତମୀ ବୁଡ଼ । ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଶୁକ୍ରବାର ରାତିରୁ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇବେ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ମାଘ ଶୁକ୍ଳ ଷଷ୍ଠୀ ରାତି ୮ଟାରୁ ମାଧିପୁର ଗ୍ରାମର ଶ୍ରୀଶ୍ରୀ ତ୍ରିବେଣୀଶ୍ୱର, ସନ୍ଥପୁର ଗ୍ରାମର ଇସାଣେଶ୍ୱର, କୁରୁଜଙ୍ଗ ଗ୍ରାମର ଦକ୍ଷିଣେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମା ନିଜ ନିଜ ଆସ୍ଥାନରୁ ବାହାରି ବିମାନ ବିଜେ କରିବେ । ତିନିଠାକୁର ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା ସହ ରାତି ୩ସୁଧା ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଁଚିବେ । ଏଠାରେ ପାରମ୍ପରିକ ରୀତିନୀତିରେ ଚଳନ୍ତି ପ୍ରତିମାଙ୍କ ପୂଜାହୋମ କର୍ମ ସମ୍ପାଦନ ସରିଲେ ୨୮ତାରିଖ ସପ୍ତମୀ ତିଥିରେ ମାହେନ୍ଦ୍ରବେଳା ୩ଟା୫୦ ମଧ୍ୟରେ ପବିତ୍ର ତୀର୍ଥ ଜଳରେ ତିନିଠାକୁର ସ୍ନାନ କରିବେ । ରାତି ୪ଟା ୪୧ରୁ ସାଧୁସନ୍ଥ ଓ ଅପେକ୍ଷାରତ ଶ୍ରଦ୍ଧାଳୁମାନେ ସ୍ନାନ କରିବାର ସୁଯୋଗ ପାଇବେ । ୫୦ରୁ ଅଧିକ ସିସି କ୍ୟାମେରା ଲଗାଯାଇ ନଜରରେ ରହିଛି ଚନ୍ଦ୍ରଭାଗା ମେଳା ପଡିଆ ଓ ତୀର୍ଥ ପୁଷ୍କରିଣୀ । ଉଠା ବ୍ୟବସାୟୀମାନଙ୍କୁ ବାରଣ କରାଯାଇଛି । ଶାନ୍ତି ଶୃଙ୍ଖଳା ନିମନ୍ତେ କୋଣାର୍କ ଓ ଚନ୍ଦ୍ରଭାଗାରେ ୩୦ପ୍ଲାଟୁନ ଫୋର୍ସ ନିୟୋଜିତ ରହିବେ । ଧାଡ଼ିରେ ଶ୍ରଦ୍ଧାଳୁଙ୍କ ସୁରକ୍ଷିତ ସ୍ନାନ ନିମନ୍ତେ ସୁରକ୍ଷିତ ବାରିକେଡ୍ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ଶୌଚ ପାଇଁ ଅସ୍ଥାୟୀ ପାଇଖାନା ବ୍ୟବସ୍ଥା କରାଯାଇଛି । କୋଣାର୍କ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ତହସିଲଦାର ଏସ କେ ସଗିର, ଅଧକ୍ଷା ସଂଯୁକ୍ତା ତ୍ରିପାଠୀ, ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକ ଙ୍କ ସମେତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟର ତଦାରଖ କରୁଛନ୍ତି ।
