ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ମାଆ ହୀରାବେନ୍
ମୁମ୍ଵାଇ : ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ମାଆ ହୀରାବେନ୍। ଆଜି ଭୋର୍ ପ୍ରାୟ ୩.୩୦ରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୀରାବେନଙ୍କ ଦେହାନ୍ତ ହୋଇଛି । ଏନେଇ ୟୁଏନ ମେହେଟା ଇନଷ୍ଟଚ୍ୟୁଟ୍ ଅଫ କାର୍ଡିଓଲୋଡୀ ଆଣ୍ଡ ରିସର୍ଚ୍ଚ ସେଣ୍ଟର ପକ୍ଷରୁ ସୂଚନା ଦିଆଯାଇଛି। ବାର୍ଦ୍ଧକ୍ୟ ଜନିତ ରୋଗ ଯୋଗୁ ଶୁକ୍ରବାର ଭୋର ସମୟରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି ।
ଚଳିତ ବର୍ଷ ନିଜ ୧୦୦ତମ ଜନ୍ମ ଦିବସ ପାଳନ କରିଥିବା ଗତ ବୁଧବାର ହୀରାବେନଙ୍କ ସ୍ବାସ୍ଥ୍ୟ ହଠାତ୍ ବିଗିଡ଼ି ଯିବାପରେ ବୁଧବାର ତାଙ୍କୁ ଅହମ୍ମଦାବାଦର ୟୁଏନ୍ ମେହେଟା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପ୍ରଧାନମନ୍ତ୍ରୀ ମୋଦୀ ଅହମ୍ମଦାବାଦ ଯାଇ ମା’ଙ୍କୁ ଭେଟିବା ସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ । ମା’ ହୀରାବେନଙ୍କ ଅନ୍ତିମ ସଂସ୍କାର ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ସକାଳେ ଅହମ୍ମଦାବାଦ ଯାଇଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ୍ କରି ମା’ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
शानदार शताब्दी का ईश्वर चरणों में विराम… मां में मैंने हमेशा उस त्रिमूर्ति की अनुभूति की है, जिसमें एक तपस्वी की यात्रा, निष्काम कर्मयोगी का प्रतीक और मूल्यों के प्रति प्रतिबद्ध जीवन समाहित रहा है। pic.twitter.com/yE5xwRogJi
— Narendra Modi (@narendramodi) December 30, 2022
ଟୁଇଟ୍ ରେ ମାଆଙ୍କ ପ୍ରତି ନିଜର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ଦିଲ୍ଲୀରୁ ଅହମଦାବାଦ ଅଭିମୁଖେ ବାହାରିଛନ୍ତି। ମା ହୀରବାଙ୍କ ଶେଷ ଦର୍ଶନ ଲାଗି ପ୍ରଧାନମନ୍ତ୍ରୀ ଅହମଦାବାଦ ଆସୁଛନ୍ତି।
