ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ, ଜାଣନ୍ତୁ କ’ଣ ରହିଛି ରେଟ୍
ମୁମ୍ବାଇ : ଜାରି ହେଲା ସୁନା-ରୁପାର ନୂଆ ଦାମ୍ । ସୁନା ଓ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ରବିବାର ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ସୋମବାର ଦେଶରେ ୨୪ କ୍ୟାରେଟ ୧୦୦ ଗ୍ରାମ ସୁନା ଦରରେ ୮୧୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୪୭,୨୨୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୭,୨୨୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୮୧୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୦୩୦ ଟଙ୍କାରେ ପହଞ୍ଚିଛି । ରବିବାର ଏହାର ମୂଲ୍ୟ ୪୬,୨୨୦ ଟଙ୍କା ଥିଲା । ସେହିପରି ଦେଶରେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ରବିବାର ଦେଶରେ ରୁପା ମୂଲ୍ୟ ସ୍ଥିର ରହିଥିବା ବେଳେ ସୋମବାର ରୁପା ଦରରେ ୪୦୦ ଟଙ୍କାର ବୃଦ୍ଧି ରେକର୍ଡ କରାଯାଇଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୮୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୬,୪୪୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ମଧ୍ୟ ବୃଦ୍ଧି ଘଟିଛି । ରବିବାର ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କା ବୃଦ୍ଧି ଘଟିଥିଲା । ସେହିପରି ସୋମବାର ୧୦ ଗ୍ରାମ ସୁନା ଦରରେ ୧୪୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୬୨୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୨୦୦ ଟଙ୍କାରେ ବନ୍ଦ ହୋଇଥିଲା । ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ମଧ୍ୟ ୪୭୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୪୯୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଏହାର ମୂଲ୍ୟ ୪୫,୦୨୦ ଟଙ୍କା ଥିଲା । ସେହିପରି ଭୁବନେଶ୍ୱରରେ ରୁପା ମୂଲ୍ୟରେ ବୃଦ୍ଧି ରେକର୍ଡ କରାଯାଇଛି । ରବିବାର ରାଜଧାନୀରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ଅନ୍ୟପଟେ ସୋମବାର ରୁପା ଦରରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୮୦୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୪୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୮୦ ଟଙ୍କାରେ ପହଞ୍ଚିଛି । ଯାହା ରବିବାର ୬,୪୪୦ ଟଙ୍କା ଥିଲା ।
