ନଦୀରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
ବାରିପଦା : ନଦୀରେ ଭାସୁଛି ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ । ମୟୁରଭଞ୍ଜ ଜିଲା କରଞ୍ଜିଆ ଥାନା ଅନ୍ତର୍ଗତ କୁଳିପୋଷି ଗ୍ରାମ ପଞ୍ଚାୟତ କାଦଡିହା ନଦୀରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଛି । ଛେଳି ଚୋରାଇବାକୁ ଆସିଥିବା ବେଳେ କିଛି ସ୍ଥାନୀୟ ଲୋକମାନେ ଗଳିତ ମୃତଦେହ ପାଣିରେ ଭାସୁଥିବାର ଦେଖିଥିଲେ । ଏହାପରେ ସ୍ଥାନୀୟଲୋକ ପୋଲିସକୁ ଖବର ଦେଇଥିଲେ ।
ଘଟଣାସ୍ଥଳରେ କରଞ୍ଜିଆ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ । ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଯାଇଛି । ପୋଲିସ ଅଧିକ ତଦନ୍ତ ଜାରି ରଖିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।
