ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ
ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ । ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । orissaresults.nic.in ୱେବସାଇଟ୍ରେ ଉପଲବ୍ଧ ହେବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । କୋଭିଡ୍ କଟକଣା ଯୋଗୁଁ ଚଳିତବର୍ଷ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା । ଉଲ୍ଲେଖଯୋଗ୍ୟ ଯେ, ଚଳିତବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଛନ୍ତି ।
ସୂଚନା ଯେ, ମହାମାରୀ କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଇଥିଲା। ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି। ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିଥିଲା। ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା।
