ବଢ଼ିଲା ସୁନା ଓ କମିଲା ରୁପା ଦର, ଜାଣନ୍ତୁ କ’ଣ ରହିଛି ନୂଆ ରେଟ୍
ନୂଆଦିଲ୍ଲୀ : ଦେଶରେ ସୁନା ମୂଲ୍ୟରେ ବୃଦ୍ଧି ଘଟିଥିବାବେଳେ ରୁପା ଦରରେ ହ୍ରାସ ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମଧ୍ୟ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ମଙ୍ଗଳବାର ସୁନା ମୂଲ୍ୟରେ ୪୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ବୁଧବାର ଦେଶରେ ୨୪ କ୍ୟାରେଟ ୧୦୦ ଗ୍ରାମ ସୁନା ଦରରେ ୨୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ବୁଧବାର ୧୦ ଗ୍ରାମ ସୁନା ମୂଲ୍ୟ ୪୮,୨୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୭,୯୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୨୬୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୨୫୦ ଟଙ୍କାରେ ପହଞ୍ଚିଛି । ମଙ୍ଗଳବାର ଏହାର ମୂଲ୍ୟ ୪୬,୯୯୦ ଟଙ୍କା ଥିଲା । ଅନ୍ୟପଟେ ଦେଶରେ ରୁପା ମୂଲ୍ୟରେ ହ୍ରାସ ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିବାବେଳେ ବୁଧବାର ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୭୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୬,୪୮୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ହ୍ରାସ ବୃଦ୍ଧି ରେକର୍ଡ କରାଯାଇଛି । ମଙ୍ଗଳବାର ଭୁବନେଶ୍ୱରରେ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ବୁଧବାର ୧୦ ଗ୍ରାମ ସୁନା ଦରରେ ୮୫୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୪୯,୫୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୪୦୦ ଟଙ୍କାରେ ବନ୍ଦ ହୋଇଥିଲା । ଅନ୍ୟପଟେ ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୮୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୫,୪୫୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୪୫,୨୭୦ ଟଙ୍କା ଥିଲା । ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ମଙ୍ଗଳବାର ରାଜଧାନୀରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ସେପଟେ ବୁଧବାର ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୪,୮୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୪୭୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ୬,୪୮୦ ଟଙ୍କା ଥିଲା ।
