ମୟୁରଭଞ୍ଜରେ ନଭେମ୍ବର ମାସ ପାଇଁ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିରର କାର୍ଯ୍ୟସୂଚୀ
ବାରିପଦା : ଜିଲାପାଳ ଓ ଜିଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ନଭେମ୍ବର -୨୦୨୨ ମାସରେ ଅନୁଷ୍ଠିତ ହେବାକୁ ଥିବା ମିଳିତ ଜନ ଶୁଣାଣି ଶିବିର ପାଇଁ ଜିଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ନଭେମ୍ବର ମାସର ପ୍ରଥମ ସୋମବାର ୭ ତାରିଖ ସଦର ଉପଖଣ୍ଡ ବାରିପଦା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଫେସିଲିଟେସନ ସେଣ୍ଟର, ନଭେମ୍ବର ମାସ ଦ୍ୱିତୀୟ ସୋମବାର ୧୪ ତାରିଖ ବାମନଘାଟି ଉପଖଣ୍ଡ ପାଇଁ ବାମନଘାଟି ଉପଜିଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ, ରାଇରଙ୍ଗପୁର, ତୃତୀୟ ସୋମବାର ୨୧ ତାରିଖ ପାଞ୍ଚପିଢ଼ ଉପଖଣ୍ଡ ପାଇଁ କରଞ୍ଜିଆ ଉପଜିଲାପାଳ ଙ୍କକାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଏବଂ ମାସର ଚତୁର୍ଥ ସୋମବାର ୨୮ ତାରିଖ କପ୍ତିପଦା ଉପଖଣ୍ଡ ପାଇଁ କପ୍ତିପଦା ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ, ଉଦଳା ଠାରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ ।
ବାରିପଦା ଠାରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିରରେ ସମସ୍ତ ଜିଲାସ୍ତରୀୟ ଅଧିକାରୀ, ସମସ୍ତ ଜିଲାସ୍ତରୀୟ ଲାଇନ ବିଭାଗ ଅଧିକାରୀ ଏବଂ ବାରିପଦା ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାର ମାନେ ଉପସ୍ଥିତିରେ ଏବଂ ଜିଲାର ଅନ୍ୟ ଉପଖଣ୍ଡ ମାନଙ୍କରେ ଅନୁଷ୍ଠିତ ହେବାକୁ ଥିବା ଉପଖଣ୍ଡ ସ୍ତରୀୟ ଜନ ଶୁଣାଣି ଶିବିରରେ ସମ୍ପୃକ୍ତ ଉପଖଣ୍ଡ ର ଉପଖଣ୍ଡ ସ୍ତରୀୟ ଅଧିକାରୀ ଙ୍କ ସମେତ ସମ୍ପୃକ୍ତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ଲାଇନ ବିଭାଗ ଅଧିକାରୀ ମାନଙ୍କ ଉପସ୍ଥିତି ରେ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ପତ୍ର ଗୁଡିକର ଶୁଣାଣି କରି ସମାଧାନ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ । ଉକ୍ତ ଧାର୍ଯ୍ୟ ତାରିଖ ଓ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସମ୍ପୃକ୍ତ ଉପଖଣ୍ଡ ଅଞ୍ଚଳର ଜନସାଧାରଣ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କିତ ଅଭିଯୋଗ ଉପସ୍ଥିତ ରହି ଜଣାଇ ପାରିବେ।
