ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ : ଜଣେ ମାଓବାଦୀ ମୃତ
କଳାହାଣ୍ଡି : କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ଉଡରୁମ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳିବିନିମୟ । ଏହି ଗୁଳିବିନିମୟରେ ଜଣେ ମାଓବାଦୀ ନିହତ ହୋଇଥିବାର ଜଣାପଡିଛି ।
ସୂଚନା ଯେ, କର୍ଲାପାଟ ଅଭୟାରଣ୍ୟ ଉଡରୁମ ଜଙ୍ଗଲ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ଏସ୍ଓଜି ଓ ଡିଭିଏଫ୍ ଯବାନଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । କିଛି ସମୟ ଧରି ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ଯବାନଙ୍କ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବାର ସୂଚନା ମିଳିଛି । କେତେ ପରିମାଣର ମାଓବାଦୀ ଜଙ୍ଗଲରେ ଥିଲେ, ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ । ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।
