ସୁନ୍ଦରଗଡ଼ରେ ଆଉ ୭ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଛୁଇଁଲା
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲାରେ ସ୍କ୍ରବ ଟାଇଫସ ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ବୁଧବାର ଗୋଟିଏ ଦିନରେ ପୁଣି ୭ ଆକ୍ରାନ୍ତ ଚିହ୍ନଟ । ଗତ ମଙ୍ଗଳବାର ୩୭ଟି ନମୁନା ପରୀକ୍ଷା କରାଯାଇଥିବାବେଳେ ୭ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମସ୍ତ ରୋଗୀ ସୁସ୍ଥ ଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଲୋକମାନଙ୍କୁ ସଚେତନ କରାଯିବା ସହ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଓୌଷଧ, ଟେଷ୍ଟିଙ୍ଗ ବ୍ୟବସ୍ଥା ରହିଛି।
ଜିଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି ଯେ,ସଦର ବ୍ଲକର ମଝାପଡା ଓ ବାଲିଶଙ୍କରା ବ୍ଲକ ଅଞ୍ଚଳରେ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ବିଡିଓ, ତହସିଲଦାର ଓ ଡାକ୍ତରମାନଙ୍କ ସହ ଭର୍ଚୁଅ।ଲ ମୋଡରେ ବୈଠକ କରାଯାଇଛି ବୋଲି ସିଡିଏମଓ କହିଛନ୍ତି।
