ଜମ୍ମୁ-କାଶ୍ମୀରର ସୁରକ୍ଷାକୁ ନେଇ ଶାହାଙ୍କ ବୈଠକ
ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁରୁବାର ଦିନ ଜାମ୍ମୁ-କାଶ୍ମୀରର ସୁରକ୍ଷାକୁ ନେଇ ଦିଲ୍ଲୀର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ । ଏହି ବୈଠକରେ ଜମ୍ମୁ-କାଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା, ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ, ଗୃହ ସଚିବ ଅଜୟ ଭଲ୍ଲା, ଜାମ୍ମୁ-କାଶ୍ମୀର ଡିଜିପି ଦିଲବାଗ ସିଂହଙ୍କ ସହିତ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ଏବଂ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ ।
