କଟକରେ ଆରମ୍ଭ ହେଲା ସ୍ମାର୍ଟ ସ୍ବାସ୍ଥ୍ୟ ସେବାର ସ୍ମାର୍ଟ ସେବା : ୧୬ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ
କଟକ : କଟକ ଜିଲାରେ ଆରମ୍ଭ ହେଲା ସ୍ମାର୍ଟ ସ୍ବାସ୍ଥ୍ୟ ସେବାର ସ୍ମାର୍ଟ ସେବା । ଯୋଜନାର ଶୁଭାରମ୍ଭ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସକାଳ ୧୧ଟାରେ କଟକରେ ପହଞ୍ଚି ଯୋଗ୍ୟ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । କାର୍ଡ ଗରିବଙ୍କ ଦୁଃଖ ଦୂର କରିବ । ଏହି କାର୍ଡ ଜରିଆରେ ୯୬ ଲକ୍ଷ ପରିବାର ଉପକୃତ ହେବେ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସଚେତନତା ରଥର ଶୁଭାରମ୍ଭ ହୋଇଛି । ସେହିପରି ୧୬ଶହ କୋଟି ଭେଟି ଦେଲେ ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କେ ପାଣ୍ଡିଆନ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମରେ କଟକ ଜିଲ୍ଲାପାଳ, ସିଏମସି କମିସନରଙ୍କ ସମେତ ସମସ୍ତ କଟକ ଜିଲାର ବିଧାୟକମାନେ ଉପସ୍ଥିତ ରହିଥିଲେ। ଏହାସହ ଖାଦ୍ୟଯୋଗଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ଆଇନମନ୍ତ୍ରୀ ପ୍ରତାପ ଜେନା, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତକୁ ନଜରରେ ରଖି କଟକ ଡ଼ିସିପି ପ୍ରତୀକ ସିଂହଙ୍କ ନେତୃତ୍ୱରେ ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଥିଲା। ବଡ଼ମ୍ବା ବିଧାୟକ ଦେବୀ ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ଖାଦ୍ୟଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଉଦବୋଧନ ଦେଇଥିଲେ।। ଆଇନମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଅର୍ପଣ କରିଥିଲେ। କୁନା ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କଟକ ଜିଲ୍ଲାରେ ୫ ଲକ୍ଷ ୭ ହଜାର ହିତାଧିକାରୀ ହେବେ ଉପକୃତ। ହିତାଧିକାରୀଙ୍କୁ ନିଜ ହାତରେ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ। ୧୬ ଶହ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ। ରାଜନୀତି, ଶିକ୍ଷା ସହ ସମସ୍ତ କ୍ଷେତ୍ରରେ କଟକ ଜିଲାର ସ୍ୱତନ୍ତ୍ରତା ରହିଛି। କଳେବର ବୃଦ୍ଧି ପାଇ ବିଶ୍ୱନାଥ ପଣ୍ଡିତ ପାଠାଗାର। ପ୍ରତ୍ୟେକଟି ଜୀବନ ମୋ ପାଇଁ ମୂଲବାନ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
