ସମ୍ଭାବ୍ୟ ବାତ୍ୟା ନେଇ ସତର୍କ ରହିବାକୁ ଜିଲ୍ଲାପାଳ ମାନଙ୍କୁ ଏସଆରସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍ଆରସି) । ତଳିଆ ଅଂଚଳ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିବା ବେଳେ ପାହାଡିଆ ଅଂଚଳରେ ଭୁସ୍ଖଳନ ସମ୍ଭାବନା ଥିବାରୁ ଏହା ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । ଅହୋରାତ୍ର କେଂଟ୍ରାଲ ରୁମ୍ ଚାଲୁ କରିବାକୁ ମଧ୍ୟ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ ନିର୍ଦ୍ଦେଶ ଦେଲେ ଏସ୍ଆରସି । ପରିପକ୍ୱ ଧାନ ଫସଲର ସମ୍ପୂର୍ଣ୍ଣ ଅମଳ କରି ନିଆଯିବା ସହିତ ଅମଳ ହୋଇଥିବା ଧାନକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି ।
ଏସ୍ଆରସିଙ୍କ କହିବା ଅନୁସାରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ କହିଛି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ୩ ତାରିଖରେ ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ତାରିଖରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଗଂଜାମ, ପୁରୀ ଓ ଜଗତସିଂହପୁରର କେତେକ ଜାଗାରେ ଅତି ପ୍ରବଳ ବର୍ଷିପାରେ । ୫ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତିି ଏସ୍ଆରସି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର , ଭଦ୍ରକ ,କେନ୍ଦ୍ରାପଡା, ଜଗତସିଂହପୁର , ଯାଜପୁର, କଟକ , କେନ୍ଦୁଝର , ଢେଙ୍କାନାଳ ଓ ମୟୁରଭଂଜ ।
