ଯୁବକଙ୍କ ମୃତଦେହ ଉଦ୍ଧାର
ଗଞ୍ଜାମ : ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପୋଚିଲିମା ପଚାଂୟତର ସୋମପୁର ଗ୍ରାମ ମଧ୍ୟ ରାସ୍ତା କେନାଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକଙ୍କ ଠାରୁ ଏ ସମ୍ପର୍କରେ ଖବର ପାଇ ଆଜି ପୋଲିସ ଘଟଣାସ୍ଥଳରେ ପହଂଚି ମୃତକଙ୍କ ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ମେଡ଼ିକାଲକୁ ପଠାଇଛି । ଘଟଣାସ୍ଥଳରୁ ପୋଲିସ ଏକ ବାଇକ୍ ଜବତ କରିଛି । ମୃତକ ଜଣକ ହେଲେ ଆସିକା ଥାନା ଅନ୍ତର୍ଗତ ପଢ଼ାଳ ଗ୍ରାମର ବୋଲି ଜଣାପଡିଛି । ତେବେ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଛି କିମ୍ବା ଅନ୍ୟ କୌଣସି କାରଣରୁ ତାଙ୍କର ମୃତ୍ୟୁ ହୋଇଛି, ତାହା ଅଦ୍ୟାବଧି ସ୍ପଷ୍ଟ ହୋଇନାହିଁ । ହିଞ୍ଜିଳିକାଟୁ ଥାନା ପୋଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଚଳାଇଛି ।
