ଚଣ୍ଡିଖୋଲ ସଡକ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଣ୍ଡିଖୋଲ ନିକଟରେ ସଡକ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ ଚଣ୍ଡିଖୋଲ ନେଉଳପୁର ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅନେକଙ୍କ ପ୍ରାଣହାନି ଖବର ବିଷୟରେ ଜାଣି ମୁଁ ଦୁଃଖିତ । ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି । ଏଥିସହ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ।
