ମକର ସଂକ୍ରାନ୍ତି ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମକର ସଂକ୍ରାନ୍ତିର ପବିତ୍ର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ମକର ସଂକ୍ରାନ୍ତିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ । ଆନନ୍ଦ ଉଲ୍ଲାସରେ ଏହି ପର୍ବକୁ ପାଳିବା ସହିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁଖମୟ ଜୀବନ କାମନା କରୁଛି ।
