କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତର ପାଠ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କ୍ୟାପିଟାଲ ହସ୍ପିଟାଲରେ ସ୍ନାତକୋତର, ମେଡିକାଲ ଶିକ୍ଷା ଓ ଗବେଷଣା ପାଠ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।ଚଳିତ ୨୦୨୨-୨୩ ଶିକ୍ଷାବର୍ଷରୁ କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହୋଇଛି ପ୍ରଥମ ବ୍ୟାଚ ପିଜି ପାଠ୍ୟକ୍ରମ । ମୋଟ ୧୫ ଟି ବିଭାଗରେ ପାଠ୍ୟକ୍ରମ ଖୋଲିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୬ଟି ବିଭାଗକୁ ମିଳିଛି ଅନୁମତି । ୬ଟି ବିଭାଗରେ ୨୪ ଛାତ୍ରଛାତ୍ରୀ ଆଡମିଶନ କରିଛନ୍ତି । ଏହି ୬ ଟି ବିଭାଗ ହେଲା ମେଡିସିନ, ସ୍ତ୍ରୀ ଓ ପ୍ରସୂତି ବିଭାଗ , ସର୍ଜରୀ , ଅସ୍ଥିଶଲ୍ୟ , ଶିଶୁରୋଗ ଓ ଶ୍ୱାସରୋଗ ।
